ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି।ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ୪ ହଜାର ୨୮୩ ପଦବୀ ଖାଲି ରହିଛି । ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟରେ ୨୭୯୮ ଶିକ୍ଷକ ପଦବୀ ଖାଲି ପଡିଥିବା ବେଳେ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ଗୁଡିକରେ ୨୩୭୨ ପଦବୀ ଖାଲି ରହିଛି ।କିଛିଦିନ ତଳେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଉତ୍ତରରେ ଦେଇଥିବା ତଥ୍ୟ ଅନୁଯାୟୀ ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ପଦବୀ ଖାଲି ରହିଥିବା ବେଳେ ଏହା ପଛକୁ ସ୍ୱାସ୍ଥ୍ୟ ବିଭାଗରେ ୩୯,୧୨୭ ପଦବୀ ଖାଲି ରହିଛି। ଏବେ ୧୬ ହଜାର ୧୦ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଚାଲୁ ରହିଛି । ବିଧାୟକ ଚକ୍ରମଣୀ କହଁରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ଅଧିକ ପଢନ୍ତୁ