ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି 

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ଏବେ ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଆଉ ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର, ଗଜପତିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼କୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୪ ବନ୍ଦରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।ପ୍ରବଳ ବର୍ଷା ନେଇ ସମସ୍ତ ଜିଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ପଢନ୍ତୁ