ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଓଡ଼ିଶା ଭବନକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି ମାଧ୍ୟମରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ପୂର୍ବରୁ ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓ ଭବନର ଯାଞ୍ଚ କରାଯାଇଥିଲା । ଏବେ ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି ।