ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛି ବିଜେଡି ପୋଲାଭରମ ଟିମ୍ । ପୋଲାଭରମ ପ୍ରକଳ୍ପକୁ ସବୁସ୍ତରରେ ବିରୋଧ କରାଯିବ । ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବୀକା ଉଜୁଡିଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ, ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ ମତବ୍ୟକ୍ତ କରିଥିଲେ ।ଏହି ପ୍ରତିନିଧି ଦଳରେ ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ସାଂସଦ ମୁନ୍ନା ଖାଁ, ବିଧାୟକ ମନୋହର ରାନ୍ଧାରୀ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ଝିନ ହିକକା, ଭ୍ରୁଗୁ ବକ୍ସିପାତ୍ର, ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ବିଜେଡିର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ପ୍ରମୁଖ ଆସି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ତେବେ ଆଦିବାସୀ ଭାଇ ଭଉଣୀମାନଙ୍କ ହକ ପାଇଁ ବିଜୁ ଜନତା ଦଳ ତାର ଲଢେଇ ଜାରି ରଖିବ ବୋଲି ନବୀନ କହିଛନ୍ତି ।