ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।ଶ୍ରୀ ମାଝୀ ସମଗ୍ର ଜିଲ୍ଲାରେ ବର୍ଷା ପରର ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି। କେଉଁ ନଦୀରେ ଜଳସ୍ତର ବଢ଼ିଛି। କେଉଁକେଉଁ ଅଂଚଳ କେତେ ପ୍ରଭାବିତ ହୋଇଛି। କେଉଁଠି ଘର ଭାଙ୍ଗିଛି, କେତେ ଗଛ ଉପୁଡ଼ିଛି। ସେ ସବୁର ତଥ୍ୟ ନେଇଛନ୍ତି।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।
ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ୩୦ ଜିଲ୍ଲାରେ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ରହିଛି। ସମସ୍ତ ଜିଲ୍ଲାପାଳଙ୍କୁ ଆଗୁଆ ସତର୍କ କରାଯାଇଥିଲା। ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି।ଓଡରାଫ୍, ଏନ ଡି ଆର ଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧା କୁ ତତ୍ପରତା ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଛନ୍ତି।