ରାଜ୍ୟ କ୍ୟାବିନେଟ୍‌ର ବୈଠକ ରେ ୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଶେଷ ହେଲା କ୍ୟାବିନେଟ୍‌ ବୈଠକ । ରାଜ୍ୟ କ୍ୟାବିନେଟ୍‌ର ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ । ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି। ସେହିଭଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଅଗ୍ନିବୀରମାନଙ୍କୁ ପୋଲିସ, ଅଗ୍ନିଶମ ବାହିନୀ, ବନକର୍ମଚରୀ ଏବଂ ଓଡ୍ରାଫ ଆଦି ସଂସ୍ଥାରେ ୧୦ ପ୍ରତିଶତ ନିଯୁକ୍ତି ସଂରକ୍ଷଣ ରହିବ।

ଅଧିକ ପଢନ୍ତୁ

Odisha Darpan Digital