କାଠପାଳ ବନ୍ଧରେ ବୁଡ଼ି ୨ ଆଇଟିଆଇ ଛାତ୍ର ମୃତ

ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ନଦୀରେ ବୁଡ଼ି ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଜଣ ହେଲେ ବାଦାମପାହାଡ଼ ଅଞ୍ଚଳର ଭଣ୍ଡନ ଗ୍ରାମର ଠାକୁର ସୋରେନ ଓ ଟାଟୋ ଅଞ୍ଚଳର ବଡ଼ଗାଁ ଗ୍ରାମର ଭାଗ୍ୟ ପ୍ରକାଶ ପାତ୍ର । ସେମାନେ ହଷ୍ଟେଲରେ ରହି ପାଠ ପଢୁଥିଲେ । ଦୁଇ ଜଣ ଛାତ୍ରୀଙ୍କ ଶରୀର ଅସୁସ୍ଥତା ପାଇଁ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ସେମାନଙ୍କୁ ଡାକ୍ତରଖାନା ନେଇ ଯାଇଥିବା ବେଳେ ଛାତ୍ରମାନେ ମୂର୍ତ୍ତି ବିସର୍ଜନ ପାଇଁ ବନ୍ଧକୁ ଆସିଥିଲେ । ଏହି ଦୁଇ ଛାତ୍ର ସାଙ୍ଗମାନଙ୍କ ସହିତ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ତେବେ ମୂର୍ତ୍ତି ବିସର୍ଜନ ବେଳେ ଅସାବଧାନତା କାରଣରୁ ପ୍ରକାଶ ପାଣିରେ ବୁଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ସାଙ୍ଗ ଠାକୁର ପାଣିରେ ପଶି ଥିଲେ। ହେଲେ ଲଘୁଚାପ ଜନିତ ବର୍ଷା ପାଇଁ ଅଧିକ ପାଣି ଥିବାରୁ ଦୁଇ ଜଣ ଭାସି ଯାଇଛନ୍ତି। ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଶବ ଉଦ୍ଧାର କରିଛି ।

ଅଧିକ ପଢନ୍ତୁ

Odisha Darpan Digital