ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା ଖଳନାୟକ କାହ୍ନା ସ୍ବାଇଁ ଖେଳଣା ପରି ଖୋଲା ମଞ୍ଚରେ ମହାପ୍ରଭୁଙ୍କ ପ୍ରତିମାର ଗୋଟିଏ ବାହୁକୁ ଝାଲାଇ ଝୁଲାଇ ନେଉଛନ୍ତି । ରଙ୍ଗମଞ୍ଚରେ ଅଭିନୟ କଲା ବେଳେ ସେ ଏପରି ଜଘଣ୍ୟ ଅପରାଧ କରିଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ଭାଇରାଲ୍‌ ହେବା ପରେ କାହ୍ନାଙ୍କ ନାଁରେ କଟକ ବାଦାମବାଡ଼ି ଥାନାରେ ଲିଖିତ ଅଭିଯୋଗ ହୋଇଛି|ଯାତ୍ରା ସିଂହବାହିନୀର ଷ୍ଟାର ଆକ୍ଟର ହେଉଛନ୍ତି କାହ୍ନା ସ୍ବାଇଁ। ସେ ଅନେକ ନାଟକରେ ଖଳ ଚରିତ୍ରରେ ନଜର ଆସିଥାନ୍ତି। ତେବେ ‘ବଡ଼ ବେଦରଦୀ କଳା ସାଆନ୍ତ’ ନାଟକରେ ସେ ମହାପ୍ରଭୁଙ୍କ ପ୍ରତିମାକୁ ଅପମାନିତ କରିଛନ୍ତି।ସେ କେତେବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତିମାରେ ଲାଗି ହୋଇଥିବା ଫୁଲ ମାଳକୁ ଫିଙ୍ଗି ଦେଉଛନ୍ତି ତ ଆଉ କେତେବେଳେ ମହାପ୍ରଭୁଙ୍କୁ ଲୁଗାରେ ବାନ୍ଧି ପିଠିରେ ପକାଇ ଖେଳଣା ପରି ନେଉଛନ୍ତି। ଆଉ କେତେବେଳେ ମହାପ୍ରଭୁଙ୍କ ପ୍ରତିମାକୁ ହାତରେ ଝୁଲାଇ ଝୁଲାଇ ନେଉଥିବା ଦେଖିବାକୁ ମିଳିଛି।ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଚଳାଇଛି।

ଅଧିକ ପଢନ୍ତୁ

Odisha Darpan Digital