ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ନାଟ୍ୟକାର, କବି ଓ ଶିକ୍ଷାବିତ ହରିହର ମିଶ୍ରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ହରିହର ମିଶ୍ର ଓଡ଼ିଆ ଚଳଚ୍ଚିତ୍ର ‘ଚିଲିକା ତୀରେ’ର ସଂଳାପ ରଚନା କରିବା ସହ ଏଥିରେ ସହ ନିର୍ଦ୍ଦେଶନା ଦେଇଥିଲେ। ଏଥିରେ ସେ ଅଭିନୟ ବି କରିଥିଲେ l ପୁରୀ ମାର୍କଣ୍ଡେଶ୍ୱର ସାହିରେ ତାଙ୍କର ଘର। ସେଠାରେ ହିଁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।