ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ରାଜ୍ୟର ଅଳ୍ପ କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶନିବାରଠାରୁ ବର୍ଷା ପ୍ରକୋପ କମିବ । ରବିବାରଠାରୁ କାଁ ଭାଁ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବୁଧବାର ଘୂର୍ଣ୍ଣିବଳୟ ଛତିଶଗଡ଼ ଓ ଆଖାପାଖ ଅଞ୍ଚଳ ଉପରେ ଥିଲା । ଏହା ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର ବହୁ ସ୍ଥାନରେ ଲଗାଣ ବର୍ଷା ହୋଇଛି । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ୨୧ଟିଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି।