ପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ପାଇବା ଫଳରେ ହୀରାକୁଦ ଜଳଭଣ୍ଡାର ମଧ୍ୟକୁ ଅଧିକ ପରିମାଣର ଜଳ ପ୍ରବେଶ କରୁଛି। ଫଳରେ ଆଉ ୨ଟି ଗେଟ ଖୋଲାଯାଇଛି। ଗତ ସନ୍ଧ୍ୟାରେ ୨ଟି ଗେଟ ଖୋଲା ଯାଇଥିବା ବେଳେ ଏବେ ମୋଟ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ତେବେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ୨୧ଟି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲା ତାଳଚେରଠାରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।