ମଣ୍ଡଳସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ମଣ୍ଡଳ ସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ପଞ୍ଚାୟତ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଯୋଗଦେଇ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଓ ଆବଶ୍ୟକତା ଉପରେ କହିଥିଲେ।ବି ଆର୍ ସି ସି ଜ୍ୟୋତ୍ସ୍ନାରାଣୀ ସେଠୀ,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାଶ, ପ୍ରଧାନ ଶିକ୍ଷକ ଭୀମସେନ ଦାସ,ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ସଭାପତି ଶାରଦା ପ୍ରସାଦ ଖଣ୍ଡୁଆଳ,ସି ଆର୍ ସି ସି ବିଭୂତି ଭୂଷଣ ମିଶ୍ର, ଶ୍ରୀନିବାସ ରଥ, ଶିକ୍ଷକ ସଂଘ କର୍ମକର୍ତ୍ତା ସୁରେଶ ଚନ୍ଦ୍ର ମହାପାତ୍ର,ସୁଧୀର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ଛାତ୍ର ଛାତ୍ରୀ ମାନେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ହାସଲ କରିପାରିଲେ ଛାତ୍ର ଛାତ୍ରୀ ମାନେ ବିଦ୍ୟାଳୟକୁ ଆଗ୍ରହର ସହ ଆସିବେ ବୋଲି କହିଥିଲେ।ପ୍ରଥମ ,ଦ୍ଵିତୀୟ ,ତୃତୀୟ ଶ୍ରେଣୀ ଛାତ୍ର ଛାତ୍ରୀ କିପରି ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ହାସଲ କରିପାରିବ ସେ ଉପରେ ବ୍ଲକ୍ ଶିକ୍ଷା ଅଧିକାରୀ କହିଥିଲେ।ଏହି କାର୍ଯ୍ୟକ୍ରମ କୁ ନୂଆଗାଁ କ୍ଲଷ୍ଟର ସି ଆର୍ ସି ସି କୈଳାଶ ନାୟକ ପରିଚାଳନା କରିଥିଲେ।

ଅଧିକ ପଢନ୍ତୁ