ଲୋକସେବା ଭବନରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ହେଉଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ। ଏଥିସହିତ ଫିଲ୍ଡ ଭିଜିଟ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ଥାନା ଏବଂ ଶିକ୍ଷାନୁଷ୍ଠାନକୁ ଯାଇ ବିଚ୍ୟୁତ ଦେଖିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ସେହିପରି ଗଣମାଧ୍ୟମ, ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ ଦେଇଛନ୍ତି। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର।