‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଜନତାଙ୍କ ବନ୍ଧୁ ହେଉ ପୋଲିସ । ମହିଳାଙ୍କ ପ୍ରତି ହିଂସାକୁ ବରଦାସ୍ତ କରାଯିବନି । ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଅପିଲ । ଶନିବାର ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ।ରାତିରେ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀଙ୍କୁ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଖାସ କରି ଥାନାରେ ମହିଳାଙ୍କ ପ୍ରତି ଉଚିତ ବ୍ୟବହାର କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁର୍ନୀତି, ଅନିୟମିତା, କ୍ଷମତା ଦୂରୁପଯୋଗକୁ ବରଦାସ୍ତ କରାଯିବନି। ମୁଁ ନିଜେ ଭୁକ୍ତଭୋଗୀ, ତେଣୁ ଏହାକୁ ଆମ ସରକାର ଗୁରୁତ୍ୱ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନା ଅଧିକାରୀମାନେ ଫାଣ୍ଡିକୁ ଯାଇ ସ୍ଥିତି ଅନୁଧ୍ୟାନ କରନ୍ତୁ। ପୁଲିସର ବ୍ୟବହାର ପୁରା ଜିଲା ଓ ସମାଜ ଉପରେ ପଡ଼ିଥାଏ। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। କାର୍ଯ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital