ବିକ୍ରି ହେବ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ।

ବିକ୍ରି ହେବ ଅର୍ପଣ ଚାଉଳ। କ୍ୱିଣ୍ଟାଲ କି ଦୁଇ କ୍ୱିଣ୍ଟାଲ ନୁହେଁ ପ୍ରାୟ ୧୦ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ବିକ୍ରି କରାଯିବ।ସ୍ପଟ୍ ଭିଜିଟ୍ କରି ଟେଣ୍ଡର ମାଧ୍ୟମରେ କୌଣସି ବ୍ୟକ୍ତି ବିଶେଷ କିମ୍ବା ମିଲର ଅର୍ପଣ ଚାଉଳକୁ କିଣିପାରିବେ। ଏଥିରୁ ଯେଉଁ ଟଙ୍କା ମିଳିବ, ତାକୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ। ଆହୁରି ମଧ୍ୟ ପୁରୀ ଜିଲ୍ଲାପାଳ କହିଛନ୍ତି ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା , ତାକୁ ବ୍ୟବହାର କରାଯାଇଛି। ବଳକା ଚାଉଳ ମହାପ୍ରସାଦ ପ୍ରସ୍ତୁତ ଲାଗି ଅନୁପଯୁକ୍ତ ବୋଲି ସୁଆର ମହାସୁଆର ନିଯୋଗ ସ୍ପଷ୍ଟ କରିଛି। ତେଣୁ ବଳକା ଚାଉଳକୁ କ’ଣ କରାଯିବ ବୋଲି ସେ ନେଇ ଆଲୋଚନା କରାଯାଇ ଏକ ପ୍ରସ୍ତାବ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠା ଯାଇଥିଲା। ସରକାର ଏହା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସବୁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଅର୍ପଣ ଚାଉଳ ବିକ୍ରି ନେଇ ନିଷ୍ପତ୍ତି ନିଆଯାଇଛି।

ଅଧିକ ପଢନ୍ତୁ