ନଭେମ୍ବର ମାସରୁ ଧାନ କ୍ୱିଣ୍ଟାଲ ୩୧ଶହ ଟଙ୍କା। ନଭେମ୍ବର ମାସରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ଚାଷୀଙ୍କୁ କ୍ୱିଣ୍ଟାଲ ପିଛା ଏମଏସପିଠାରୁ ୮୦୦ ଟଙ୍କା ଅଧିକ ଦେଇ ଧାନ କିଣିବେ ସରକାର । ପ୍ରେସମିଟରେ ବିଜେପି ନେତା ସମୀର ଦାଶଙ୍କ ସୂଚନା । ତେବେ ଧାନ କିଣା ପ୍ରକ୍ରିୟାରେ କୌଣସି ମଧ୍ୟସ୍ଥି କିମ୍ବା କଟଣି-ଛଟଣୀକୁ ବରଦାସ୍ତ କରାଯିବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । ଚାଷୀ ମାନଙ୍କ ଠାରୁ ଏଫଏକ୍ୟୁ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କାରେ ସଂଗ୍ରହ କରିବା ସହ ସେମାନଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ମାଧ୍ୟମରେ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦିଆଯିବ ।