ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସମଲେଇ

ଆଜି ପବିତ୍ର ମହାଳୟା । ମାଆ ଜଗତଜନନୀ ଦୁର୍ଗାଙ୍କ ଆଗମନ। ଆଜିଠୁ ଆରମ୍ଭ ହୋଇଛି ନବରାତ୍ର ପୂଜା। ବିଭିନ୍ନ ଶକ୍ତିପୀଠ ଗୁଡିକରେ ମାଆଙ୍କୁ ଭିନ୍ନ ଭିନ୍ନ ରୂପରେ ଆରାଧନା କରାଯାଉଛି। ଆଜି ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ । ପବିତ୍ର ମହାଳୟା ଅବସରରେ ମା’ ଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ଏହି ବେଶ ଅନୁଷ୍ଠିତ ହୋଇଥାଏ ।

ଆଜି ମହାଳୟା ଥିବାରୁ ବିଶେଷ ପୂଜାର୍ଚନା କରାଯିବା ସହ ଧବଳମୁଖୀ ବେଶ କରାଯାଇଛି । ବର୍ଷର ସମସ୍ତ ଦିନ ଓ ପର୍ବ ଗୁଡିକରେ ମା ସିନ୍ଦୁରବର୍ଣ୍ଣା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି । ସେହିପରି ଆଜି ପୂର୍ବ ପୁରୁଷଙ୍କୁ ପିଣ୍ଡଦାନ ଓ ଶ୍ରାଦ୍ଧ ଦେବାର ପରମ୍ପରା ମଧ୍ୟ ରହିଛି। ତେଣୁ ବିଭିନ୍ନ ପୂଣ୍ୟ ତୀର୍ଥ କ୍ଷେତ୍ରରେ ଲୋକଙ୍କ ସମାଗମ ଦେଖିବାକୁ ମିଳିଛି। ସେପଟେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅଧିକ ପଢନ୍ତୁ

kc ads