ଆସନ୍ତାକାଲି ଶ୍ରୀ ଜଗନ୍ନାଥଙ୍କ ବନକ ଲାଗି ୫ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ

ପୁରୀ ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍‌ ଅକ୍ଟୋବର ୩୦ ତାରିଖରେ କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି

ଅଧିକ ପଢନ୍ତୁ

Odisha Darpan Digital