ଆଜି ଆଲୋକର ପର୍ବ ଦୀପାବଳି ।

ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଚଳଚଞ୍ଚଳ। ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ ।ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ କରୁଛି।

ଅଧିକ ପଢନ୍ତୁ

Odisha Darpan Digital