ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ରୁମ୍ରେ ପଶି ଲୁହାରଡ଼ ଏବଂ ବାଡ଼ିରେ ପିଟିଲେ ସିନିୟର୍ ପିଲା । ସିନିୟର୍ ପିଲାଙ୍କ ମାଡ଼ରେ ୨ୟ ବର୍ଷ ମାଇନିଂ ଛାତ୍ର ବିଶ୍ୱଜିତ ବେହେରା ଗୁରୁତର । କେନ୍ଦୁଝର ସରକାରୀ ଡ଼ିଗ୍ରୀ ଇଞ୍ଜିନୟରିଙ୍ଗ୍ କଲେଜରେ ଏଭଳି ଘଟଣା ଘଟିଛି । ଗୁରୁତର ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ପୀଡ଼ିତଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି । ଛାତ୍ର ଜଣକ ପୂର୍ବରୁ ରାଗିଂର ଶିକାର ହୋଇଥିବା ବେଳେ ଏନେଇ ସେ କଲେଜ କର୍ତୃପକ୍ଷଙ୍କୁ ଅବଗତ କରାଇଥିଲେ । କିନ୍ତୁ କଲେଜ କର୍ତୃପକ୍ଷ କୌଣସି ପଦକ୍ଷେପ ନେବା ବଦଳରେ ସେମାନଙ୍କୁ ଚେତାବନୀ ଦେଇ ଛାଡ଼ି ଦେଇଥିଲେ । କଲେଜ କର୍ତୃପକ୍ଷଙ୍କ ନିରବତା ପାଇଁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ।