ଜାନୁଆରିରେ ହିତାଧିକାରୀମାନଙ୍କୁ ମିଳିବ ନୂଆ ରାସନ କାର୍ଡ

ହିତାଧିକାରୀଙ୍କ ପାଇଁ ଖୁସିର ଖବର । ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ।

ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ। ତେବେ ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ଅଧିକ ପଢନ୍ତୁ