କୁଳପତିଙ୍କ କାର୍ଯ୍ୟକାଳ ୬ ମାସ ପାଇଁ ବଢ଼ିଲା

ସମ୍ବଲପୁରର ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟ କୁଳପତି ଏନ ନାଗରାଜୁ, ଉତ୍କଳ ବିଶ୍ଵବିଦ୍ୟାଳୟ କୁଳପତି ସବିତା ଆଚାର୍ଯ୍ୟ ଓ ରମାଦେବୀ ବିଶ୍ବବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀଙ୍କ କାର୍ଯ୍ୟକାଳ ୬ ମାସ ପାଇଁ ବୃଦ୍ଧି କରାଯାଇଛି । ଏହି ୩ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ନିମନ୍ତେ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବାରୁ ରାଜ୍ୟପାଳ ଆଜି ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି ।

ତେବେ ଏହି ସମ୍ପ୍ରସାରିତ କାର୍ଯ୍ୟକାଳ ମଧ୍ୟରେ ସମ୍ପୃକ୍ତ କୁଳପତିମାନେ କୁଳାଧିପତିଙ୍କ ବିନା ଅନୁମତିରେ କୌଣସି ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।ସୂଚନାଯୋଗ୍ୟ, ଗତ ନଭେମ୍ବର ୮ତାରିଖରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ ରାଜପୁତ ରାଜ୍ୟ ଉଚ୍ଚଶିକ୍ଷା ସଚିବଙ୍କୁ ଚିଠି ଲେଖି କୁଳପତି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ କହିଥିଲେ । ଏହାସହିତ ଚୟନ ପ୍ରକ୍ରିୟା ବିଳମ୍ବକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ ।

ଅଧିକ ପଢନ୍ତୁ

Odisha Darpan Digital