ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରଣାଳୟ ପ୍ରତିବର୍ଷ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତି ନେଇଛି ।
ଏହି ଅବସରରେ ଆଜି ପୁରୁଣା ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍ବୋଧନ ଦେବେ। ଉପରାଷ୍ଟ୍ରପତି ଜଗଦୀପ୍ ଧନ୍କର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ମଧ୍ୟ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ତେବେ ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ସମ୍ୱିଧାନ ଦିବସ । ସମ୍ବିଧାନ ଦିବସ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନୀ ଚରଣ ମାଝୀ । ସେ କହିଛନ୍ତି ଆଜି ଆମ ସମସ୍ତଙ୍କ ପାଇଁ ପବିତ୍ର ଦିନ । ସ୍ୱାଧିନ ଭାରତର ପୁଣ୍ୟ ଗ୍ରନ୍ଥ, ମାର୍ଗଦର୍ଶକ, ଆମ ସମ୍ବିଧାନ ।