ବିଧାନସଭାର ଦ୍ୱିତୀୟ ଦିନରେ ଗୃହ ସରଗରମ ରହିଛି। ବୁଧବାର ଗନ୍ଧମାର୍ଦ୍ଦନ ପାହାଡ ଜମିକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ପୂର୍ବ ସରକାର ସମୟରେ ଗନ୍ଧମାର୍ଦ୍ଦନରୁ ବକ୍ସସାଇଟ ଖନନ ପାଇଁ ଅନୁମତି ଦିଆଯାଇଥିଲା, ତାହାକୁ ନେଇ ଜନ ଆନ୍ଦୋଳନ ଦେଖିବାକୁ ମିଳିଥିଲା ।
ଫଳରେ ସରକାର ଅନୁପତି ପ୍ରତ୍ୟାହାର କରିନେଇଥିଲେ । ସେପଟେ ଜବାବ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଆଦାନୀ କିଣିଥିବା ଜମିକୁ ବିଜେଡି ସରକାର ଅନୁମତି ଦେଇଥିଲେ । ଗନ୍ଧମାର୍ଦ୍ଦନରେ ଖଣି ଉତ୍ତୋଳନ ପାଇଁ ଅନୁମତି ଦେବେନି ସରକାର । ସେମିତି କିଛି ହେଲେ ମୁଁ ଆପଣଙ୍କ ସହିତ ଆନ୍ଦୋଳନକୁ ଓହ୍ଲାଇବି ବୋଲି କହିଛନ୍ତି କେଭି । ଗନ୍ଧମାର୍ଦ୍ଦନକୁ ନଷ୍ଟ କରିବାକୁ ଦିଆଯିବନାହିଁ ।