ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୩ ତାରିଖରୁ ୭ ତାରିଖ ଯାଏଁ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଗସ୍ତ ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି । ଚିଠିରେ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି ।ନିର୍ଦ୍ଧାରିତ ସମୟ ଅନୁସାରେ, ଆସନ୍ତାକାଲି (ମଙ୍ଗଳବାର-୩ ତାରିଖ) ଅପରାହ୍ନ ୨.୩୦ ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ବାହାରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରେ ଦିଲ୍ଲୀ ଅପରାହ୍ନ ଏୟାରପୋର୍ଟରୁ ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଆସି ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ବିମାନ ବନ୍ଦରରୁ ସିଧାସଳଖ କାରକେଡ ଯୋଗେ ୫.୩୦ମିନଟରେ ଚନ୍ଦ୍ରଶେଖରପୁର ନିଳାଦ୍ରୀ ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ଏକ ସାଧାରଣ ସଭାରେ ଯୋଗଦେବେ ।
ସେଠାରୁ ୬.୨୫ରେ ରାଜଭବନରେ ପହଞ୍ଚି ରାତ୍ରିଯାପନ କରିବେ । ପରଦିନ ଅର୍ତାତ ୪ ତାରିଖ ସକାଳ ୯ଟାରେ ରାଜଭବନରୁ ବାହାରି ୯.୨୦ ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚି ସେଠାରୁ ସ୍ବତନ୍ତଚ୍ର ବିମାନ ଯୋଗେ ୯.୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡ ପଡିଆରେରେ ପହଞ୍ଚିବେ । ୧୦.୦୫ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଶ୍ରୀମନ୍ଦିରରୁ ବାହାରି ୧୦.୫୦ରେ ଗୋପବନ୍ଧୁ ଆର୍ୟୁବୈଦିକ ମହାବିଦ୍ୟାଳୟରେ ପହଞ୍ଚି ୭୫ ତମ ବାର୍ଷିକୀ ଉତ୍ସବରେ ଯୋଗଦେବେ ।ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜିବ ସେଥିପାଇଁ ତତ୍ପର ହୋଇ ଉଠିଛି ପୋଲିସ ବିଭାଗ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରି ସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସ୍ନାଲ ରାଙ୍କର ଅଫିସର, ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ରହିବେ। ଟ୍ରାଫିକର ସୁପରିଚାଳନା ପାଇଁ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର।