ଚଳିତବର୍ଷ ଜାଡରୁ ମିଳିବ ତ୍ରାହି । ରାଜ୍ୟରେ ଶୀତ ଲହରୀ ଆଦୌ ରହିବନି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । ବାକି ଅଞ୍ଚଳରେ ବି ରାତି ତାପମାତ୍ରା ବିଶେଷ ଖସିବନି । ଆସନ୍ତା ତିନି ମାସ ଯାଏ ରାତି ତାପମାତ୍ରା ଭଳି ଦିନ ; ରହିବ ।
ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଦିନ ତାପମାତ୍ରା ଅଧିକ ରହିବ । ସେହିଭଳି ରାଜ୍ୟରେ ଶୀତ ଲହରୀ ଆଦୌ ରହିବନି ।ସେହିଭଳି ଏ ମାସରେ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ଆଇଏମ୍ ଡି ଆକଳନ କରିଛି । ୩ରୁ ୫ ତାରିଖ ଯାଏ କିଛି ଜିଲ୍ଲାରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ୬ରୁ ୮ ତାରିଖ ଯାଏ ପାଗ ଶୁଖିଲା ରହିବ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।