ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି।

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି |ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି।

ଅଧିକ ପଢନ୍ତୁ

Odisha Darpan Digital