ଆଜି ପବିତ୍ର ଧନୁ ସଂକ୍ରାନ୍ତି

ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ।ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ରାତ୍ର ୨ଟାରୁ ଶ୍ରୀମନ୍ଦିର ଦ୍ବାରଫିଟା ଯାଇ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ସହ ଅନ୍ୟାନ୍ୟ ନୀତି କାନ୍ତି ବଢ଼ି ୫ଟା ୩୦ ରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ସମ୍ପନ୍ନ ହୋଇଛି ।

ମା’ ଯଶୋଦା ଶ୍ରୀକୃଷ୍ଣଙ୍କୁ ଅନେକ ପ୍ରକାର ପିଠା ଖୁଆଇବା ସ୍ମୃତିରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ପାଳିତ ହୋଇ ଆସୁଛି।କଥିତ ଅଛି ମା ମହାଲକ୍ଷ୍ମୀ ଧନୁ ସଂକ୍ରାନ୍ତି ଠାରୁ ଦୀର୍ଘ ଏକମାସ ଧରି ନିଜ ପିତ୍ରାଳୟକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରିଥାନ୍ତି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବ ଦିନ ପର୍ଯ୍ୟନ୍ତ ପହିଲି ଭୋଗ ପ୍ରସ୍ତୁତ ହୋଇଥାଏ । ତେବେ ପହିଲି ଭୋଗ ହେଉଛି ମହାପ୍ରଭୁଙ୍କ ଆଦ୍ୟ ଭୋଗ ।

ଅଧିକ ପଢନ୍ତୁ