ଡିସେମ୍ବର ୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର । ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ । E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ । ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।ସୂଚନା ଅନୁସାରେ ଯେଉଁମାନେ ଯୋଗ୍ୟ କିନ୍ତୁ ଏଯାଏଁ ପାଇ ନାହାନ୍ତି ସୁଭଦ୍ରା ଯୋଜନା ସେମାନଙ୍କ ଦ୍ୱନ୍ଦ ଦୂର କରିଥିଲେ ଉପ-ମୁଖ୍ୟମନ୍ତ୍ରୀ । ଆବେଦନରେ ତ୍ରୁଟି ଥିଲେ ଯିବ ଫୋନ କଲ ।

ଯେଉଁମାନଙ୍କର କିଛି କମି ରହିଛି ସେମାନଙ୍କୁ ଫୋନ ଯିବ । ବ୍ଲକ ସ୍ତରରେ ଯାଞ୍ଚ ହେବ ସୁଭଦ୍ରା ଫର୍ମ । ଅଙ୍ଗନୱାଡି କର୍ମୀମାନେ ପୁଣି ଘରକୁ ଘର ଯିବେ । ସମସ୍ତଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ସୁଭଦ୍ରା ଶେଷ ହିତାଧିକାରୀ ନପାଇବା ଯାଏଁ ଦିଆଯିବ ଟଙ୍କା ।

ଅଧିକ ପଢନ୍ତୁ

Odisha Darpan Digital