ପ୍ରବଳ ଜାଡରେ ଥରୁଛି ଓଡିଶା। ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ତେବେ ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ।
ତେବେ ଲଘୁଚାପର କୌଣସି ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସହ ୧୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ବି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୦ ଏବଂ ୨୧ ତାରିଖରେ ମଧ୍ୟ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ଏବଂ ବଲାଙ୍ଗିର ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।