ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ସେହିଭଳି ଦିନ ତାପମାତ୍ରା ବି ୩ରୁ ୫ ଡିଗ୍ରୀ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ତାରିଖରେ ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୨୦ ତାରିଖରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।