ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ

ସରକାରଙ୍କୁ ଶିମିଳିପାଳ ଚିନ୍ତା। ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଗଠନ ହେବ ନୂଆ ଫୋର୍ସ।ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ। ତିଆରି ହେବ ୧୩୧ ଜଣିଆ ଏକ ଡେଡିକେଟେଡ୍ ଆର୍ମଡ୍ ପୁଲିସ୍ ରିଜର୍ଭ କମ୍ପାନୀ। ଏଥିପାଇଁ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖି ଜଣାଇଛନ୍ତି ଗୃହ ସଚିବ ସତ୍ୟବ୍ରତ ସାହୁ | ଶିମିଳିପାଳ ବାଘ ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ଶୀକାର ବଢୁଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ମୟୂରଭଞ୍ଜ ଏସପି ଏହାର ପ୍ରଶାସନିକ ଦାୟିତ୍ୱରେ ରହିବ। ଏହି କମ୍ପାନୀର ସମସ୍ତ ଖର୍ଚ୍ଚ ଜଙ୍ଗଲ ଓ ପରିବେଶ ବିଭାଗ ବହନ କରିବ। କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୁଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।

ଅଧିକ ପଢନ୍ତୁ