ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ନୂଆ ବର୍ଷ ୨୦୨୫ର କ୍ୟାଲେଣ୍ଡର୍ ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥିବା ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି।କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବା ପରେ ଆଜି ଲୋକାର୍ପିତ ହୋଇଛି । ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି । ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି ।ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁ ଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି। ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ।

ଅଧିକ ପଢନ୍ତୁ

Odisha Darpan Digital