ଖୁବଶୀଘ୍ର ରାଜ୍ୟରେ ପୂରଣ ହେବ ଖାଲିଥିବା ସରକାରୀ ପଦବୀ

ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ ଏସବୁ ପୁଞ୍ଜି ନିବେଶ ହେବାକୁ ଥିବା ବେଳେ ଏହି ପ୍ରକଳ୍ପ ସବୁ କାର୍ଯ୍ୟକାରୀ ହେଲେ ୧୪ ହଜାର ୪୯୭ ନିଯୁକ୍ତି ସୃଷ୍ଟି ନେଇ ରାଜ୍ୟ ସରକାର ଆଶାବାଦୀ ଅଛନ୍ତି।

ଅନ୍ୟପକ୍ଷେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ବରାନ୍ୱିତ କରିବାକୁ ବୈଠକରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅତ୍ୟାବଶ୍ୟକୀୟ ସେବା ଯୋଗାଉଥିବା ବିଭାଗରେ ଖାଲି ଥିବା ପଦବୀ ଗୁଡିକ ଶୀଘ୍ର ପୂରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଆଗାମୀ ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ ଲକ୍ଷ ସରକାରୀ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । ୨ ବର୍ଷ ମଧ୍ୟରେ ୬୫ ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି । ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ ୧ ଲକ୍ଷ ୧୦ ହଜାର ୫୫୭ଟି ପଦବୀ ଖାଲି ରହିଛି ।

ଅଧିକ ପଢନ୍ତୁ