ଆଜି ଦେଶ ପାଳୁଛି ୭୭ତମ ଭାରତୀୟ ସେନା ଦିବସ

ଆଜି ହେଉଛି ‘ଆର୍ମି ଡେ’ (Army Day 2025) ବା ସ୍ଥଳସେନା ଦିବସ । ଦେଶ ପାଳୁଛି ଗୌରବମୟ 77 ତମ ଆର୍ମି ଡେ । ପ୍ରତିବର୍ଷ ଜାନୁୟାରୀ 15 ତାରିଖକୁ ଏହି ଦିବସ ପାଳନ କରାଯାଇଥାଏ ।ଏହି ଦିନ ସେନା ଦିବସ ପାଳନ କରିବାର କିଛି ଖାସ କାରଣ ବି ରହିଛି । କାରଣ ଏହି ଦିନ ଅର୍ଥାତ ୧୯୪୯ ମସିହା ଜାନୁଆରୀ ୧୫ ତାରିଖରେ ଦେଶ ସ୍ୱାଧୀନ ହେବା ପରେ କୌଣସି ଭାରତୀୟ ପ୍ରଥମଥର ପାଇଁ ସେନାର କମାଣ ସମ୍ଭାଳିଥିଲେ । ପ୍ରାୟ ୨୦୦ ବର୍ଷର ବ୍ରିଟିଶ ଶାସନ ପରେ କେଏମ କରିୟପ୍ପା ଭାରତୀୟ ସେନାର କମାଣ୍ଡର ଇନ ଚିଫ ହୋଇଥିଲେ । ଆଉ ସେବେଠାରୁ ଏହି ଦିନକୁ ଭାରତୀୟ ସେନା ଦିବସ ଭାବେ ପାଳନ କରାଯାଏ ।ସ୍ବାଧୀନ ଭାରତର ଶେଷ ବ୍ରିଟିଶ ସେନାଧ୍ୟକ୍ଷ ଥିଲେ କମାଣ୍ଡର ଇନ ଚିଫ ଜେନେରାଲ ଫ୍ରାନ୍ସିସ ବୁଚର । ତାଙ୍କ ଠାରୁ ଲେଫ୍ଟନାଣ୍ଟ କେଏମ କରିୟପ୍ପା (KM Cariappa) ନେଇଥିଲେ ଭାରତୀୟ ସେନାର ଦାୟିତ୍ବ ।

ପରେ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ସେ ନେଇଥିଲେ ଭାରତୀୟ ସେନାର ନେତୃତ୍ବ । ତାଙ୍କର ଦକ୍ଷତା ଓ ବୀରତ୍ବକୁ ସମ୍ମାନ ଜଣାଇ ସରକାର ଲେଫ୍ଟନାଣ୍ଟ କେଏମ କରିୟପ୍ପାଙ୍କୁ ଫିଲ୍ଡ ମାର୍ଶଲ ଭାବେ ପଦନ୍ନୋତି ଦେଇଥିଲେ । ଫିଲ୍ଡ ମାର୍ଶଲ କରିୟପ୍ପା ଭାରତୀୟ ସେନାର ପ୍ରଥମ ଅଧିକାରୀ ଭାବରେ ପାଞ୍ଚ ତାରକା ମାନ୍ୟତା ପାଇଥିଲେ । ଦ୍ବିତୀୟ ବିଶ୍ବଯୁଦ୍ଧ ଓ 1947 ର ପ୍ରଥମ ଇଣ୍ଡୋ-ପାକ ଯୁଦ୍ଧରେ ସେନାର ନେତୃତ୍ବ ନେଇଥିଲେ। 1919 ମସିହାରେ ଫିଲ୍ଡ ମାର୍ଶଲ କେଏମ କରିୟାପ୍ପା ଭାରତୀୟଙ୍କ ଗୋଷ୍ଠୀରେ ସେନା ପାଇଁ ମନୋନୀତ ହୋଇଥିଲେ । ଫିଲ୍ଡ ମାର୍ଶଲ କେଏମ କରିୟାପ୍ପାଙ୍କୁ ‘ଅର୍ଡର ଅଫ ଦି ଲେଜିଅନ ଅଫ ମେରିଟ’ ପ୍ରଦାନ କରାଯାଇଥିଲା ।

ଅଧିକ ପଢନ୍ତୁ