କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ କ୍ୟାଲେଣ୍ଡରରେ ତୁଳା ବେହେରାଙ୍କ ଫଟୋ

ଚଳିତ ବର୍ଷ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ କ୍ୟାଲେଣ୍ଡରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭିକ୍ଷାବୃତ୍ତି କରି ଚଳୁଥିବା ଫୁଲବାଣୀର ତୁଳା ବେହେରାଙ୍କ ଫଟୋ ସ୍ଥାନ ପାଇଛି। ସେ ପୁଣି କ୍ୟାଲେଣ୍ଡରର ପ୍ରଥମ ପୃଷ୍ଠା ଜାନୁୟାରୀ ମାସର। ସୂଚନାମୁତାବକ ତୁଳା ଭିକ୍ଷାବୃତ୍ତି କରି ସଂଚୟ କରିଥିବା ଏକ ଲକ୍ଷ ଟଙ୍କା ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦାନ କରିଥିଲେ। ଏହି ଖବର ସମଗ୍ର ରାଜ୍ୟ ଓ ଦେଶରେ ଏକ ଆଲୋଚନାର ଖବର ହୋଇଥିବା ବେଳେ ସାଧାରଣ ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଫୁଲବାଣୀକୁ ପ୍ରଚାରରେ ଆସିଥିବା ବେଳେ ଷ୍ଟାଡ଼ିୟମ୍‌‌ ଠାରେ ଆୟୋଜିତ ନିର୍ବାଚନ ସଭାରେ ନିଜେ ପ୍ରଧାନମନ୍ତ୍ରୀ ତୁଳା ବେହେରାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଯାହାକି ସେହି ସମୟରେ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଥିଲା।

ଅଧିକ ପଢନ୍ତୁ

Odisha Darpan Digital