ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ଗାଁରେ ଲୋଭାବତୀ ପରିଡ଼ାଙ୍କ ଦେହାନ୍ତ ହୋଇଛି । ପୁରା ଗାଁରେ ଖେଳିଯାଇଛି ଶୋକର ଛାୟା । କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।ମାଆଙ୍କ ମୃତ୍ୟୁ ଖବର ଶୁଣି ପୈତୃକ ଗାଁ ନିଭରଣରେ ପହଞ୍ଚଛନ୍ତି ପ୍ରଭାତୀ ପରିଡ଼ା।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ଲୋଭାବତୀଙ୍କ ତୃତୀୟ ଝିଅ ।ଅନ୍ତିମ ଦର୍ଶନ ପାଇଁ ଗାଁ ଲୋକଙ୍କ ଭିଡ ଲାଗୁଥିବା ବେଳେ ଧୀରେ ଧୀରେ ପରିବାର ସମସ୍ତ ସଦସ୍ୟ ଘରେ ପହଞ୍ଚୁଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital