ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭା ଆରମ୍ଭ

ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ଓଡିଶା ବିଧାନସଭାର ବଜେଟ ଅଧିବେଶନ। ଫେବୃଆରୀ ୧୭ରେ ସରକାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ। ତେବେ ସମୁଦାୟ 28 ଦିନ କାର୍ଯ୍ୟ ଦିବସ ରହିଛି । ଫେବୃଆରୀ 17 ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ । ତେବେ ବିଧାନସଭା ଅଧିବେଶନ ସମୟରେ ଉଭୟ ଶାସକ ଏବଂ ବିରୋଧି ଭାଗ ନେବେ । କେଉଁ ବିଭାଗ ପାଇଁ କେତେ ଟଙ୍କା ଦିଆଯାଉଛି ଏବଂ କେତେ ଗୁରୁତ୍ବ ଦିଆଯାଉଛି ସେନେଇ ତର୍ଜମା ହେବ । ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି।ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରୁ ୨୧ ଓ ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ।

ଅଧିକ ପଢନ୍ତୁ

kc ads