ବଢିଲା କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ । ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ।

ବଜେଟ୍‌ରେ ଚାଷୀଙ୍କ ପାଇଁ ବଡ ଘୋଷଣା । ବଢିଲା କିଷାନ କ୍ରେଡିଟ କାର୍ଡ ଲିମିଟ୍‌ । ଶୀଘ୍ର ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା । ପ୍ରଥମ ପର୍ଯ୍ୟାୟରେ ଶହେଟି ବିକାଶଶୀଳ ଜିଲ୍ଲା ସାମିଲ । ଯୁବ ଚାଷୀ,ଗ୍ରାମୀଣ ମହିଳା ଓ ଛୋଟ ଛୋଟ ଚାଷୀଙ୍କୁ ଫୋକସ୍‌ ।। ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି ।

ଅଧିକ ପଢନ୍ତୁ