ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଜୋରଦାର ପ୍ରସ୍ତୁତି ।

ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା। ହାତରେ ଆଉ କମ୍‌ ସମୟ ରହିଥିବାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ୧୨୭୬ କେନ୍ଦ୍ରରେ ଏଥର ଥିଓରି ପରୀକ୍ଷା ଅନୁଷ୍ଠିତ ହେବ। ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଆରମ୍ଭ ହେଉଥିବାରୁ ପ୍ରଶ୍ନପତ୍ର ସୁରକ୍ଷା ଉପରେ ପ୍ରାଥମିକତା ଦିଆଯାଇଛି। ତାରିଖ ଘୋଷଣା ସହ ପରୀକ୍ଷା କେନ୍ଦ୍ର ଚିହ୍ନଟ ପ୍ରକ୍ରିୟା ସରିଛି। ପ୍ରତିବର୍ଷ ପରି ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)କୁ ପ୍ରଶ୍ନପତ୍ର ପଠାଯିବ। ପ୍ରଥମ ପର୍ଯ୍ୟାୟରେ ଫେବ୍ରୁଆରି ୧୨ରୁ ୧୫ ତାରିଖ ମଧ୍ୟରେ ବିଭିନ୍ନ ବିଷୟର ପ୍ରଶ୍ନପତ୍ରଗୁଡ଼ିକ ଯିବ। ଉପାନ୍ତ ତଥା ଦୂର ଜିଲ୍ଲାରେ ଥିବା ହବ୍‌ଗୁଡ଼ିକୁ ପ୍ରଥମେ ପ୍ରଶ୍ନପତ୍ର ପଠାଯିବ। ସ୍ବତନ୍ତ୍ର ଗାଡ଼ି, ସୁରକ୍ଷା କର୍ମୀ ଓ ସିଏଚ୍‌ଏସ୍‌ଇ କର୍ମଚାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବା‌ବଧାନରେ ପ୍ରଶ୍ନପତ୍ର ପଠାଯିବା କାର୍ଯ୍ୟ ଅନୁଷ୍ଠିତ ହେବ।

ଅଧିକ ପଢନ୍ତୁ

kc ads