ବାରବାଟୀ ସୁରକ୍ଷା ବ୍ୟବସ୍ଥା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଉଛି ।OCA, ପୋଲିସ, ହୋଟେଲ, ଏୟାରପୋର୍ଟ, CISF ସହ ଆଲୋଚନା ହୋଇଛି । ବିମାନବନ୍ଦର ଠାରୁ ହୋଟେଲ ଓ ବାରବାଟୀ ପର୍ଯ୍ୟନ୍ତ ସବୁ ବିଷୟରେ ଆଲୋଚନା ହୋଇଛି । ସୁରକ୍ଷା, ଟ୍ରାଫିକ୍ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି । ଆସନ୍ତା ୭ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ ଓ ଇଂଲଣ୍ଡ କ୍ରିକେଟ୍ ଟିମ୍ । ୮ ତାରିଖରେ ଉଭୟ ଟିମ୍ ଅଭ୍ୟାସ ପାଇଁ କଟକ ବାରବାଟୀ ଷ୍ଟାଡ଼ିୟମ୍କୁ ଯିବେ । ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱରରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ସେହିଭଳି ମ୍ୟାଚ୍ ବେଳେ ଷ୍ଟାଡିୟମକୁ ପାଣି ବୋତଲ ନେଇ ଯିବାକୁ ମନା କରାଯାଇଛି ।