ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି ।ସେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି।ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ। ଏନେଇ କିମ୍ସ କ୍ୟାନ୍ସର ହସ୍ପିଟାଲ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ମନୋଜ ସାହୁ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏହି ସୂଚନା ଦେଇଛନ୍ତି।ସୂଚନାରୁ ପ୍ରକାଶ ଏକ ଫିଲ୍ମ ସୁଟିଂ ପାଇଁ ଯାଇଥିବା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା ।
