ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ପିଟାଲରେ ପହଞ୍ଚି ଉତ୍ତମଙ୍କ ପୁଅ ତଥା ଅଭିନେତା ବାବୁସାନ ଓ ପରିବାରର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରି ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି । ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ଅଛନ୍ତି । ଉତ୍ତମଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଧିରେ ଧିରେ ସୁଧୁରୁଛି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଉପରେ ୨୪ ଘଣ୍ଟା ନଜର ରଖିଛନ୍ତି ନିୟୋଜିତ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ।

ଉତ୍ତମଙ୍କୁ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଗଠନ କରାଯାଇଛି । ସୂଚନା ଅନୁସାରେ, ଅଭିନେତା ଉତ୍ତମ ମହାନ୍ତି ଏକ ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିଲେ । ସେଠାରେ ହିଁ ତାଙ୍କର ସ୍ବାସ୍ଥ୍ୟ ହଠାତ୍ ଖରାପ ହୋଇଥିଲା । ତାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଏହା ପରେ ଚିକିତ୍ସା ହୋଇ ଘରକୁ ଆସିଥିଲେ । ହେଲେ ପୁଣି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ‘କିମ୍ସ’ରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ପରେ ଅଧିକ ଚିକିତ୍ସା ପାଇଁ ଗତ 8 ତାରିଖରେ ତାଙ୍କୁ ଗୁରୁଗ୍ରାମକୁ ଏୟାରଲିଫ୍ଟ କରାଯାଇଥିଲା ।

ଅଧିକ ପଢନ୍ତୁ