ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ। ମାଧ ସିଂ ସ୍କଲାରସିପ ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ୫୦୦୦ ଟଙ୍କା ପ୍ରଦାନ କରାଯିବ । ପୁରାତନ ଓ ୧୦୦ ବର୍ଷର ବିଦ୍ୟାଳୟ ହୋଇଥିବାରୁ ରାଣିହାଟ ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ବିଦ୍ୟାଳୟର ମାନ୍ୟତା ଖୁବଶୀଘ୍ର ଦିଆଯିବ ।
ରାଣୀହାଟ ବିଦ୍ୟାଳୟ ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀ ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଓଡିଶା ସରକାରଙ୍କ ପକ୍ଷରୁ ୪ କୋଟି ଟଙ୍କା ଦିଆଯିବ ବୋଲି ଜଣାପଡିଛି ।ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ ମିଳୁଥିବା ବେଳେ ଏଥିରେ ଏବେ ଏହି ଦୁଇ ଶ୍ରେଣୀ ସୁବିଧା ପାଇବେ। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।