ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲେ ନବୀନ ପଟ୍ଟନାୟକ ।

ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବାପା ଧୀରେ ଧୀରେ ସୁସ୍ଥ ହେଉଥିବା କହିଛନ୍ତି ବାବୁସାନ । ସେହିପରି ଅଭିନେତା ଅନୁଭବ ମହାନ୍ତି ମଧ୍ୟ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ପହଞ୍ଚି ଉତ୍ତମ ମହାନ୍ତିଙ୍କୁ ଭେଟିଛନ୍ତି ।

ଏଥିସହିତ ବାବୁସାନଙ୍କ ସହ କଥା ହୋଇଛନ୍ତି ।ଉତ୍ତମ ଏବେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ଅଛନ୍ତି। ସେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଉତ୍ତମ ମହାନ୍ତି ଏକ ଫିଲ୍ମର ଶୁଟିଂ ପାଇଁ ବାହାରକୁ ଯାଇଥିବା ବେଳେ ସେଠାରେ ତାଙ୍କର ସ୍ବାସ୍ଥ୍ୟ ହଠାତ୍ ଖରାପ ହୋଇଥିଲା ।ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ |ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲା । ଏହି ଖବର ଜାଣିବା ପରେ ଫ୍ୟାନ୍ସ ସମେତ ସେଲିବ୍ରିଟି ଚିନ୍ତିତ ଥିବା ବେଳେ ତାଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ।

ଅଧିକ ପଢନ୍ତୁ