ବଢିଲା ଇ-କେୱାଇସି ଅପଡେଟ୍ ଅବଧି ।

ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା ୩୧ମାର୍ଚ୍ଚ ଯାଏଁ ବୃଦ୍ଧି ହୋଇଛି । ନେଟ୍ୱାର୍କ ସମସ୍ୟା ପାଇଁ କିଛି ସ୍ଥାନରେ ଇ-କେଓ୍ବାଇସି ଅପଡେଟ୍ ହେଉନାହିଁ । ଆଉ ଏବେ ପର୍ଯ୍ୟନ୍ତ ପ୍ରାୟ ୩୨ ଲକ୍ଷରୁ ଅଧିକ ହିତାଧିକାରୀ ରହିଛନ୍ତି, ଯେଉଁମାନଙ୍କ ଇ-କେଓ୍ବାଇସି ଅପଡେଟ୍ ହୋଇନାହିଁ । ଲୋକଙ୍କ ସମସ୍ୟା ଦେଖି ଅବଧି ବୃଦ୍ଧି କରାଯାଇଛି ।

ଅଧିକ ପଢନ୍ତୁ