ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ।

ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। 2024-25 Financial Year ରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଜ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ ସ୍ତରର ୬.୪ ପ୍ରତିଶତ ତୁଳନାରେ ଅଧିକ । ୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟଠାରୁ ଏହାର ବ୍ୟବଧାନ ଏକ ଅଙ୍କ (୮.୮ ପ୍ରତିଶତ)କୁ ହ୍ରାସ ପାଇଛି ।

ଅନ୍ୟ ରାଜ୍ୟ ତୁଳନାରେ ମୁଣ୍ଡପିଛା ଆୟ ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି ।Odisha Budget 2024-25 ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ।୨୦୨୩-୨୪ ଅର୍ଥକ ବର୍ଷର ତଥ୍ୟ ଅନୁଯାୟୀ ଯଦି ଓଡିଶା ମୁଣ୍ଡପିଛା ଆୟବୃଦ୍ଧିକୁ ୧.୦ ପ୍ରତିଶତ ପଏଣ୍ଟରେ ତ୍ବରାନ୍ବିତ କରିବାରେ ସଫଳ ହୁଏ, ତେବେ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ମୁଣ୍ଡପିଛା ଆୟ ଜାତୀୟ ସ୍ତରର ମୁଣ୍ଡପିଛା ଆୟ ସହିତ ପ୍ରାୟ ସମକକ୍ଷ ହୋଇପାରିବ । ଆଗାମୀ ଦିନରେ ରାଜ୍ୟ ଏକ ଦ୍ରୁତ ଅଭିବୃଦ୍ଧି ପାଇଁ ପ୍ରସ୍ତୁତ । ଅଭିବୃଦ୍ଧିର ପ୍ରମୁଖ ସହାୟକ ଯଥା; ଜମି, ଶ୍ରମ, ପୁଞ୍ଜି, ସମ୍ବଳ ଏବଂ ଗିରିଭୂମି ଅଟେ ।

ଅଧିକ ପଢନ୍ତୁ