କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ।

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା କାରଣରୁ ଗୁରୁବାର ସଂଧ୍ୟାରେ ତାଙ୍କୁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍‌ ଅଛି। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ।ଏହା ପୂର୍ବରୁ ୨୦୨୪ ସେପ୍ଟେମ୍ବରରେ ବି ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ସାମାନ୍ୟ ଜ୍ୱର ହୋଇଥିଲା ।

ପୂର୍ବରୁ ୨୦୨୪ ମାର୍ଚ୍ଚରେ ମଧ୍ୟ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅସୁସ୍ଥତା କାରଣରୁ, ସୋନିଆ ଗାନ୍ଧୀ ଗତ ବର୍ଷ ଡିସେମ୍ବରରେ କର୍ଣ୍ଣାଟକର ବେଲଗାମରେ ଅନୁଷ୍ଠିତ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକରେ ଯୋଗ ଦେଇ ନଥିଲେ। ସାର ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ପକ୍ଷରୁ କୁହାଯାଇଛି ଯେ, ପେଟ ସମ୍ବନ୍ଧୀୟ କିଛି ସମସ୍ୟା ଯୋଗୁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତାଙ୍କର ନିୟମିତ ଚେକଅପ କରାଯାଇଥିଲା, ତଥାପି ଚିନ୍ତା କରିବାର କିଛି ନାହିଁ

ଅଧିକ ପଢନ୍ତୁ