ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିସାନ) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫେବୃଆରୀ ୨୪ରେ ଏହି କିସ୍ତି ପ୍ରଦାନ କରାଯିବ ବୋଲି ଶୁକ୍ରବାର ଏହି ସୂଚନା ଦେଇଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ।ଏହା ଅଧୀନରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ପଠାଯିବ, ଯାହା ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ-କିଷାନ ଯୋଜନା ଅଧୀନରେ, ପ୍ରତ୍ୟେକ ହିତାଧିକାରୀ ଚାଷୀଙ୍କୁ ପ୍ରତି ଚାରି ମାସରେ ୨୦୦୦ ଟଙ୍କାର ତିନୋଟି ସମାନ କିସ୍ତିରେ ବାର୍ଷିକ ୬,୦୦୦ ଟଙ୍କା ଦିଆଯାଏ।
