ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି। ୨ରୁ ୩ ସେକେଣ୍ଡ ଯାଏଁ ଝଟକା ଅଭୁଭୂତ ହୋଇଥିବା ସୂଚନା ରହିଛି । ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ।
